ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା
ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକର ଗ୍ରୀଷ୍ମ ଅବକାଶ (ଖରା ଛୁଟି) ଚଳିତ ଏପ୍ରିଲ ୨୧ରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଖରା ତାତିରେ ଡହଳ ବିକଳ ହେଉଛନ୍ତି ରାଜ୍ୟବାସୀ। ତେବେ ଖରା ତାତିକୁ ଦୃଷ୍ଟିରେ ରଖି ଆଜି ଆସନ୍ତାକାଲି ଠାରୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ସ୍କୁଲ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି। ତେବେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ନେଇ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କୁ କଡା କଡି ପାଳନ କରିବାକୁ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କାହିଁକି ନା ପ୍ରବଳ ତାତିକୁ ଆଖିରେ ରଖି ମୁଖ୍ୟମନ୍ତ୍ରୀ ସ୍କୁଲ ର କୋମଳମତି ପାଲା ମାନଙ୍କ ପାଇଁ ଏହି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍ ୧୬ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ସ୍କୁଲ ଖୋଲିବା ନେଇ ଯଦି କୌଣସି ପରିବର୍ତ୍ତନ ଆବଶ୍ୟକ ପଡେ ପରେ ନିଷ୍ପତ୍ତି ନିଆଯିବ। ବର୍ତ୍ତମାନର ନିଷ୍ପତ୍ତି ଅନୁସାରେ ଜୁନ୍ ୧୬ ଯାଏଁ ସ୍କୁଲ ବନ୍ଦ ରହିବ। ତେବେ ପୂର୍ବ ନିଷ୍ପତ୍ତି ଅନୁସାରେ ନିର୍ଦ୍ଧାରିତ ସମୟରେ ପ୍ୟାରେଣ୍ଟ - ଟିଚର୍ସ ମିଟିଂ ଯଥାରୀତି ସ୍କୁଲରେ ହେବ କିନ୍ତୁ ଅଭିଭାବକ ମାନେ ସାଥିରେ ପିଲାଙ୍କୁ ଆଣିବେ ନାହିଁ ବୋଲି ସୁଚନା ଦିଆଯାଇଛି।