ଆଜିଠାରୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ

ଏହାସହ କେନ୍ଦ୍ରୀୟ ଅନୁଦାନ ଦେବାରେ ଟାଳଟୁଳ ନୀତି ଓ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ପ୍ରସଙ୍ଗ କରିବେ ବିରୋଧୀ।

ଆଜିଠାରୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ

ଆଜିଠାରୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ। ଦ୍ଵିତୀୟ ପର୍ଯ୍ୟାୟରେ ଉଭୟ ବିରୋଧୀ ଓ ଶାସକ ପରସ୍ପରକୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି l ପୋଲାଭରମ, ଭତ୍ତା, ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗ, ଭୂତ ରାସନ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ।

ଏହାସହ କେନ୍ଦ୍ରୀୟ ଅନୁଦାନ ଦେବାରେ ଟାଳଟୁଳ ନୀତି ଓ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ପ୍ରସଙ୍ଗ କରିବେ ବିରୋଧୀ। 

ଅନ୍ୟପଟେ ମୋହନ ସରକାରଙ୍କର ଦୁଇ ମାସର ସଫଳତା ଓ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବଖାଣିବ ଶାସକ ଦଳ। ୨୧ ତାରିଖ ଠାରୁ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ। ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ,ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ,ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗ ର ପ୍ରଶ୍ନ କାଳ ରହିଛି। ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ଶୋକ ପ୍ରସ୍ତାବ ଆଗତ ହେବ। ଏହାସହ ବିଭିନ୍ନ କମିଟି ରିପୋର୍ଟ ଓ କାଗଜ ଉପସ୍ଥାପନ ହେବ। ସେପ୍ଟେମ୍ବର ୧୦ରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ। ସେପ୍ଟେମ୍ବର 13 ଯାଏ ଅଧିବେଶନ ଚାଲିବ।