ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଭର୍ତ୍ତୁହରି ମହତାବ
ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଭର୍ତ୍ତୁହରି ମହତାବ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ଦଳର ବରିଷ୍ଠ ନେତା ତଥା ସାଂସଦ ଭର୍ତ୍ତୁହରି ମହତାବ। ଆଜି କଟକରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ ତାଙ୍କର ଇସ୍ତଫା ସଂପର୍କରେ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆଜି ଚାରିଟା ବେଳେ ଦଳର ସଭାପତିଙ୍କୁ ଏକ ଚିଠି ଲେଖିଛି। ସେଥିରେ ମୁଁ ଦଳରୁ ଇସ୍ତଫା ଦେଲି ବୋଲି ଉଲ୍ଲେଖ କରିଛି। ଏଥିସହ ସେ ଆହୁରି କହିଛନ୍ତି ଯେ ଭଗ୍ନ ହୃଦୟର ସହ ବିଜେଡିରୁ ଇସ୍ତଫା ଦେଇଛି । ଅପରାହ୍ନ ୪ଟାରେ ପଠାଇଛି ଚିଠି । ବନ୍ଧନରେ ରହିଲା ଭଳି ଅନୁଭବ କଲାପରେ ଇସ୍ତଫା ଦେଇଛି । ମୋ ଧୈର୍ଯ୍ୟର ସୀମା ଅତିକ୍ରମ କରିଛି । ଅଢେଇ ବର୍ଷ ହେବ ଆଉ କିଛି ମତ ପ୍ରକାଶ କରୁନାହିଁ । ଦଳ ତିଆରି ହେବା ବେଳେ ଗୋଟେ ଦାୟିତ୍ୱ ଥିଲା । ଏବେ ତାହା ହଜି ସାରିଛି ।
ତେବେ ତାଙ୍କର ଇସ୍ତଫା ନେଇ ଓଡିଶା ରାଜନୀତିରେ ଚର୍ଚ୍ଚା ଚାଲିଛି। କାରଣ ତାଙ୍କୁ ଏଥର ଦଳ ଟିକେଟ ଦେବ ନାହିଁ ବୋଲି ସେ ନିଶ୍ଚିତ ଅବଗତ ହୋଇପାରିଛନ୍ତି। ସେଥିପାଇଁ ସେ ଦଳରୁ ଇସ୍ତଫା ପ୍ରଦାନ କରିଛନ୍ତି। ଗତଥର ମଧ୍ୟ ତାଙ୍କୁ ଦଳ ଟିକେଟ ଦେବ କି ନାହିଁ ଚିନ୍ତା କରିଥିଲା। ହେଲେ ଶେଷରେ ତାଙ୍କୁ ଦଳ ଟିକେଟ ଦେଇଥିଲା। ଏବେ ବିଜେଡିରୁ ଇସ୍ତଫା ଦେବା ପରେ ସେ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ଚାଲିଛି।