ଆଜି ସନ୍ଧ୍ୟାରେ ଅକ୍ଷର ଭୂମି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ।

ଆଜି ସନ୍ଧ୍ୟାରେ ଅକ୍ଷର ଭୂମି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ମୋଟ ୧୭ଟି ସେସନ୍ ରହିଛି। ଉଦଘାଟନୀ ଦିବସରେ ଜଗନ୍ନାଥ୍ ସଂସ୍କୃତି ଉପରେ ସ୍ବତନ୍ତ୍ର ଅଧିବେସନ ରହିଛି। ଦେଶ ବିଦେଶରୁ ୧୦୦ ରୁ ଅଧିକ ଭାଷାବିତ୍ ଯୋଗ ଦେଇ ସେମାନଙ୍କର ମତ ରଖିବେ। ସମସ୍ତଙ୍କ ମତକୁ ଆଧାର କରି ଆଗାମୀ ଦିନ ପାଇଁ ଓଡ଼ିଆ ଭାଷାକୁ ନେଇ ରୋଡ ମ୍ୟାପ ପ୍ରସ୍ତୁତ କରିବେ ସରକାର।

ଓଡ଼ିଆ ଭାଷା ଉପରେ ଏକ ମ୍ୟୁଜିୟମ ପ୍ରସ୍ତୁତ କରାଯାଇଛି। ସାରା ରାଜ୍ୟରେ ଲୋକ ଏହାର ସିଧା ପ୍ରସାରଣ ଦେଖିପାରିବେ। ପଂଚାୟତ ଓ ପୌରାଞ୍ଚଳରେ ଏନେଇ ବ୍ୟବସ୍ଥା ହୋଇଛି। ସ୍ଵଂୟ ସହାୟକ ମହିଳା ଏଥିରେ ସାମିଲ ହେବେ। ଆଜି ସନ୍ଧ୍ୟାରେ ଅକ୍ଷର ଭୂମି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ୧୧ ଟା ସମୟରେ ସମସ୍ତେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ କୁହାଯାଇଛି।