ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୪ ଗେଟ୍
ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍। ଏବେ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍। ଏବେ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ବାମ ପାର୍ଶ୍ବରେ ୬ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୮.୪୭ ଫୁଟ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୨ ହଜାର ୧୯୨ କ୍ୟୁସେକ ଜଳ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି। ସେହି ଅନୁପାତରେ ୨ ଲକ୍ଷ ୬୧ ହଡାର ୨୫୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି।
ଅନ୍ୟପକ୍ଷରେ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଉପରେ ରହିଛି ।