ବିଜେଡିରେ ମିଶିଲେ ଇରାନୀ ରାୟ
କିଛିଦିନ ପୂର୍ବରୁ ସେ ବିଜେପିର କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

ବିଜେପି ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ମିଶିଛନ୍ତି। ଏହି ମିଶ୍ରଣ ପର୍ବରେ ବିଧାୟକ ଅରୁଣ ସାହୁ ଓ ସାଂସଦ ସସ୍ମିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜୁ ଜନତା ଦଳରେ ସାମିଲ ହୋଇଥିବା ଇରାନୀ କହିଛନ୍ତି।
ଏଠାରେ ସୂଚନାଯୋଗ୍ୟ, ଇରାନୀ ରାୟ ୨୦୧୯ରେ ନୟାଗଡ ନିର୍ବାଚନ ମଣ୍ଡଳୀରୁ ବିଜେପିର ବିଧାୟିକା ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ। କିଛିଦିନ ପୂର୍ବରୁ ସେ ବିଜେପିର କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।