ମକର ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା
ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ।
ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି।
ଏହି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଏକ ଟୁଇଟ ଯୋଗେ ସେ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି।








