ଓଡ଼ିଶାକୁ ପ୍ରଶଂସା କଲେ ମୋଦି
କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।