ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି

ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି

ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି

ଉପବାଚସ୍ପତି ହେଲେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲିକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନଙ୍କ ନାମ ପ୍ରସ୍ତାବ ରଖିଥିଲେ। ଏହାକୁ ବିଜେପିର ମୁଖ୍ୟ ସଚେତକ ମୋହନ ମାଝୀ ସମର୍ଥନ କରିଥିଲେ। ଠିକ୍ ସେହିପରି କଂଗ୍ରେସ ପକ୍ଷରୁ ବି ତାଙ୍କୁ ସମର୍ଥନ ଦିଆଯାଇଥିଲା। ସର୍ବସମ୍ମତି କ୍ରମେ ଶ୍ରୀଯୁକ୍ତ ସାଲୁଗା ପ୍ରଧାନ ଉପବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବିରୋଧୀ ଦଳ ମୁଖ୍ୟ ସଚେତକ କହିଛନ୍ତି ସାଲୁଗା ବିଧାନସଭାର ଗରିମା ଓ ନିରପେକ୍ଷତା ବଜାୟ ରଖିବେ ବୋଲି ଆଶା । ସେହିପରି କଂଗ୍ରସ ଆଦିବାସୀ ବର୍ଗରୁ ଉପବାଚସ୍ପତି କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲା କଂଗ୍ରେସ । ଶେଷରେ ଉପବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଦେଇଥିଲେ ସାଲୁଗା ପ୍ରଧାନ ।

ସୂଚନାନୁସାରେ,ଗତକାଲି ଉପବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ସେ ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ବିଧାନସଭାର ମଧ୍ୟ ଅଭିଜ୍ଞତା ରହିଛି । ଚଳିତ ମାସ ୪ ତାରିଖରେ ହିଁ ସାଲୁଗାଙ୍କୁ ଦଳ କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତ କରିଥିଲା । ବର୍ତ୍ତମାନ ପୁଣି ସେ ଉପବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ।