ଆଜିର ରାଶିଫଳ

୨୦୨୩ ମସିହା ମଇ ମାସ ୧୦ ତାରିଖ (ବୁଧବାର)

ଆଜିର ରାଶିଫଳ

      ମହାବୀର ପଞ୍ଜିକା

 ✧═════❁❀❁═════  

 ଅଦ୍ୟ ମଇ ମାସ ୧୦ ତାରିଖ ୨୦୨୩ ମସିହା(ବୁଧବାର)

ଶକାବ୍ଦ -୧୯୪୪

ସମ୍ବତ -୨୦୮୦

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ଅନଳ

ଜ୍ୟେଷ୍ଠ ମାସ-କୃଷ୍ଣପକ୍ଷ

ତିଥି- ପଞ୍ଚମୀ ଦିବା ଘ୦୧/୪୯ ପର୍ୟ୍ୟନ୍ତ ତଦନ୍ତେ ଷଷ୍ଠୀ

ନକ୍ଷତ୍ର- ପୁର୍ବାଷାଢ଼। ଦିବା ଘ୦୪/୪୮ ପର୍ୟ୍ୟନ୍ତ ତଦନ୍ତେ  ଉତ୍ତରାଷାଢ଼।

ଚନ୍ଦ୍ର- ଧନୁ ରାତ୍ରି ଘ୧୦/୨୬ ପର୍ୟ୍ୟନ୍ତ ତଦନ୍ତେ ମକର

ଯୋଗ- ସାଧ୍ୟ

କରଣ - କୌଳବ

ସୌରମାସ- ମେଷ ୨୭ ଦିନ

✧═════❁❀❁═════

ସୁର୍ୟୋଦୟ-ପ୍ରାତଃ ଘ୦୫/୧୭/୩୧

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୪୯

*✧═════❁❀

ଯୋଗିନୀ ଦକ୍ଷିଣେ ଦିବା  ଘ୦୧/୪୯ ପର୍ୟ୍ୟନ୍ତ ତଦନ୍ତେ ପଶ୍ଚିମେ

ସିଂହ ରାଶିର ଘାତଚନ୍ଦ୍ର

କର୍କଟ ରାଶିର ଘାତବାର

ପଞ୍ଚମୀ ର ଏକୋଦିଷ୍ଟ ଓ  ପାର୍ବଣ ଶ୍ରାଦ୍ଧ ଓ ଷଷ୍ଠୀ ରପାର୍ବଣ ଶ୍ରାଦ୍ଧ

✧═════❁❀❁═══

କାଳବେଳା -ଦିବା ଘ୦୮/୨୮ଗତେ ଘ୧୦/୦୬ମଧ୍ୟେ

ବାରବେଳା -ଦିବା ଘ୧୨/୪୩ ଗତେ ଘ୦୧/୧୭ ମଧ୍ୟେ

══❁❀❁

ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୫୨ ମଧ୍ୟେ ଓ ଘ୧୨/୪୦ ଗତେ ଘ୧୨/୪୨ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୩/୪୦ ଗତେ ଘ୦୫/୧୭ମଧ୍ୟେ

*══❁❀❁═════

ଅଦ୍ୟ  ବେଲ ଦିବା ଘ୦୧/୪୯ ଗତେ  ନିମ୍ବ ଭକ୍ଷଣ ନିଷେଧ

**══❁❀❁═════

 ଡ:ବାୟୁନନ୍ଦନ ମିଶ୍ର 

 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର

ଅଦୃଶ୍ୟଶକ୍ତି ଭବନ

ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭

ମୋବାଇଲ-9437064130

www.adrushyashaktiastro.com

✧═════❁❀❁═════ 

 

       ꧁ ଆଜିର ରାଶିଫଳ

        ✧═════❁❀❁═════

ମେଷ : ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ।

✧═════❁❀❁═════

ବୃଷ : ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ।

✧═════❁❀❁═════

ମିଥୁନ : ଆଜି ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ବିବାଦ ବଢ଼ିପାରନ୍ତି।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।

✧═════❁❀❁═════

କର୍କଟ : ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରିବେ।

✧═════❁❀❁═════

ସିଂହ : ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ *ହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।

ଆଜିର ଆନୁଷ୍ଠାନିକ କାମରେ ଉପକୃତ ହୋଇପାରନ୍ତି।

 ✧═════❁❀❁═════

କନ୍ୟା : ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

✧═════❁❀❁═════

ତୁଳା : ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।

ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।

✧═════❁❀❁═════

ବିଛା :  ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।  ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣ ଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ରଚନାମତ୍କ କାର୍ଯ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।

✧═════❁❀❁═════

ଧନୁ : ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।

✧═════❁❀❁═════

ମକର : ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

✧═════❁❀❁═════

କୁମ୍ଭ : ଆଜି କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇରହିଛି କାର୍ଯ୍ୟ କଲେ ଉପକୃତ ହେବେ।

✧═════❁❀❁═════

ମୀନ : ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।

✧═════❁❀❁═════