ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ

୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି

ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ

ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା – ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ ।

ଏହି ଯୋଜନାରେ ବାଲିଗୁଡା ବ୍ଳକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ୟ୍ୟ କରାଯିବ । କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ ।