ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ

ପାଣ୍ଡିଆନକୁ ନେଇ ଏକ ଇଂରାଜୀ ଦୈନିକ ଖବର କାଗଜରେ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ

ପାଣ୍ଡିଆନକୁ ନେଇ ଏକ ଇଂରାଜୀ ଦୈନିକ ଖବର କାଗଜରେ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଖବରକୁ ସମ୍ପୂର୍ଣ୍ଣ ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହି ସୋସିଆଲ୍ ମିଡିଆରେ ପୋଷ୍ଟ କରିଛନ୍ତି ନବୀନ । ସେ ସୋସିଆଲ ମିଡିଆରେ ଲେଖିଛନ୍ତି କି, 'ମୁଁ ପୂର୍ବରୁ ବି କହିଥିଲି ପାଣ୍ଡିଆନ ରାଜ୍ୟ ଓ ଦଳ ପାଇଁ ନିଷ୍ଠାପର ଭାବେ କାମ କରିଥିଲେ ।

ସଂପୂର୍ଣ୍ଣ ସମର୍ପଣ ମନୋଭାବ, ଦକ୍ଷତା ଓ ନିଷ୍ଠାର ସହ ସେବା କରିଛନ୍ତି । ପାଣ୍ଡିଆନ ଏହି ଦକ୍ଷତା ଓ ନିଷ୍ଠା ପାଇଁ ଜଣାଶୁଣା' ବୋଲି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।