ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା, କଂଗ୍ରେସ ଦେଲା ଗ୍ୟାରେଣ୍ଟି
ଆସନ୍ତାକାଲି ଅପରାହ୍ଣ ୩ଟାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରିବେ

ଆସନ୍ତାକାଲି ଅପରାହ୍ଣ ୩ଟାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରିବେ । ଆସନ୍ତାକାଲି ଓଡ଼ିଶା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଲୋକସଭା ସହ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ତେବେ ତାରିଖ ଘୋଷଣା ପୂର୍ବରୁ ରାଜ୍ୟ କଂଗ୍ରେସ ଦେଇଛି ୯ ଗ୍ୟାରେଣ୍ଟି । ନିର୍ବାଚନ ଇସ୍ତାହାର ପ୍ରକାଶ କରିବା ପୂର୍ବରୁ କଂଗ୍ରେସର ଏହି ଗ୍ୟାରେଣ୍ଟିକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଛି କଂଗ୍ରେସ । କ୍ଷମତାକୁ ଆସିଲେ କଂଗ୍ରେସ ଏହି ୯ ଗ୍ୟାରେଣ୍ଟି ଉପରେ କାମ କରିବ ।
– ୫ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା
– ବୋନସ୍ ସହ ଧାନ ଏମଏସପି ୩୦୦୦ ଟଙ୍କା, କୃଷିଋଣ ଛାଡ, କୃଷକଙ୍କ ପାଇଁ ମାସିକ ପେନସନ ୨୦୦୦ ଟଙ୍କା
– ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍ ପର୍ୟ୍ୟନ୍ତ ବିଦ୍ୟୁତ ଦେୟ ଛାଡ
– ଏସଏଚଜିକୁ ବ୍ୟାଙ୍କ ଋଣ ଛାଡ, ଚିଟଫଣ୍ଡ ଅର୍ଥ ଫେରସ୍ତ
– ଗୃହଲକ୍ଷ୍ମୀ ଯୋଜନାରେ ଘରର ମହିଳା ମୁଖ୍ୟଙ୍କୁ ୨୦୦୦ ଟଙ୍କା ଭତ୍ତା
– ପ୍ରତି ପରିବାରକୁ ମାସିକ ୫୦୦ ଟଙ୍କାରେ ସିଲିଣ୍ଡର
– ସମସ୍ତଙ୍କୁ ୧୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣା ଚିକିତ୍ସା ସୁବିଧା
– ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା
– କ୍ଷମତାକୁ ଆସିଲେ ୧୦୦ ଦିନ ଭିତରେ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ,ଆର୍ଥିକ ସର୍ଭେ ଆରମ୍ଭ ଏବଂ ଅନୁସୂଚିିତ ଜାତି/ଜନଜାତିଙ୍କୁ ୩୫ କିଲୋ ଚାଉଳ ସହିତ ୧ କେଜି ଡାଲି, ୧ ଲିଟର ତେଲ, ୧ କେଜି ଲୁଣ ଓ ୨୫୦ ଗ୍ରାମ ହଳଦୀ ଦିଆଯିବ