ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏନେଇ ପ୍ରଧାନମନ୍ତୟୀଙ୍କ ଗସ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏନେଇ ପ୍ରଧାନମନ୍ତୟୀଙ୍କ ଗସ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ଡିଜିପି ସମ୍ମିଳନୀରେ ସାମିଲ ହେବେ। ଶୁକ୍ରବାର ଅପରାହ୍ନ ୪ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। 

ଏହାପରେ ସୁରକ୍ଷା ବଳୟ ମଧ୍ୟରେ ଅପରାହ୍ନ ୫ଟା ୧୫ରେ ପ୍ରଧାନମନ୍ତ୍ରୀରାଜଭବନରେ ପହଞ୍ଚିବେ । ରାଜଭବନରେ ସନ୍ଧ୍ୟା ୬ଟା ୧୫ ପର୍ଯ୍ୟନ୍ତ ରହିବେ। 

ଏହାପରେ ୬ଟା ୨୦ରୁ ରାଜଭବନରୁ ବାହାରି ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯିବେ। ସେଠାରେ ଦଳୀୟ ବିଧାୟକ, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ଏମ୍‌ପିମାନଙ୍କ ସହ ବୈଠକ କରିବେ।

ଏହି ଅବସରରେ ସେ ଉଭୟ ଦଳ ଓ ସରକାରୀ କାର୍ଯ୍ୟକ୍ରମ ନେଇ ସମୀକ୍ଷା କରିବେ। ୭ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ। ୮ଟା ୩୦ରେ ରାଜ୍ୟ କାର୍ଯ୍ୟାଳୟରୁ ବାହାରି ୮ଟା ୪୫ରେ ରାଜଭବନରେ ପହଞ୍ଚିବେ। ସେଠାରେ ରାତ୍ରିଯାପନ କରିବେ।

ସେହିପରି ଡିସେମ୍ବର ୧ ତାରିଖ ପୂର୍ବାହ୍ନ ୮ଟା ୨୫ରେ ରାଜଭବନରୁ ବାହାରି ୮ଟା ୩୦ରେ ଡିଜିପି ସମ୍ମିଳନୀରେ ଯୋଗଦେବେ। ଅପରାହ୍ନ ୪ଟା ୧୫ ପର୍ଯ୍ୟନ୍ତ କନ୍‌ଭେନସନ ସେଣ୍ଟରଠାରେ ରହିବେ। ଏହାପରେ ଅପରାହ୍ନ ୪ଟା ୩୦ରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି।