ବିଧାନସଭା ଶୀତକାଳୀନ ଅଧିବେଶନ
ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି

ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।
ଡିସେମ୍ବର ୩୧ ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ଯୋଗ ଦେଇଥିଲେ।
ସେହିପରି ଶୀତକାଳୀନ ଅଧିବେଶନ ପୂର୍ବରୁ ବିଧାନସଭାର ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସାଂଗଠନିକ ମହା ମନ୍ତ୍ରୀ ମାନସ ମହାନ୍ତିଙ୍କ ସମେତ ସମସ୍ତ ବିଧାୟକ ଓ ମନ୍ତ୍ରୀ ସାମିଲ ହୋଇଥିଲେ । ଚଳିତ ବିଧାନସଭାରେ ସରକାର କେଉଁ ପ୍ରସ୍ତାବ ଆଣିବେ ଏବଂ କେଉଁ କେଉଁ କାର୍ୟ୍ୟଖସଡା ରହିବ ସେନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।
ଆସନ୍ତାକାଲି ଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଡିସେମ୍ବର ୩୧ ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି।
ସୂଚନାଯୋଗ୍ୟ, ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ୮ଟି ଅସ୍ଥାୟୀ କ୍ୟାମ୍ପ ପ୍ରସ୍ତୁତ କରାଯାଇଛି । ୨୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଡିସିପିଙ୍କ ନେତୃତ୍ୱରେ ୮ ଜଣ ଅତିରିକ୍ତ ଡିସିପି, ୨ କମ୍ପାନୀ ସିଆରପିଏଫ୍, ୨ ୟୁନିଟ୍ ସ୍ପେଶାଲ ଟାକ୍ଟିକାଲ୍ ୟୁନିଟ, ୪ ପ୍ଲାଟୁନ୍ ଏସଓଜି, ଡଗ୍ ସ୍କ୍ୱାଡ୍, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ ନିୟୋଜିତ ହୋଇଛନ୍ତି। ଏହା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ସାଧା ପୋଷାକରେ ଗୁଇନ୍ଦା ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ତେବେ ଅଧିବେଶନ ସମୟରେ ଗାନ୍ଧୀ ମାର୍ଗ କଡ଼ା ସୁରକ୍ଷା ବଳୟ ଏବଂ ସିସିଟିଭି ନଜରରେ ରହିବ ।